ଟ୍ରେନ୍ ଟ୍ରାଜେଡି; ୧୪ ମୃତ, ୫୦ ଆହତ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା-ଆନ୍ଧ୍ର ସୀମାନ୍ତବର୍ତୀ ଜିଲ୍ଲା ବିଜୟନଗରମ୍ ଜିଲ୍ଲା କାଣ୍ଟାକାପାଲ୍ଲୀ ଓ ଆଲମଣ୍ଡା ଷ୍ଟ୍ରେସନ ମଧ୍ୟରେ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି ଆନ୍ଧ୍ର ଓଡ଼ିଶା ସୀମାରେ ପରସ୍ପର ସହ ୨ଟି ଟ୍ରେନ୍ ଧକ୍କା। ୧୪ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ସୂଚନା ମିଳିଛି। ରେଳ ବିଭାଗ ପକ୍ଷରୁ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଓ ୨୯ ଜଣ ଆହତ ହୋଇଥିବା ସୂଚନା ଦିଆଯାଇଛି। ଆହତ ଯାତ୍ରାଙ୍କ ମଧ୍ୟରେ ୮ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି।

ଶନିବାର ସଂଧ୍ୟା ୭ଟା ସମୟରେ ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଓ କାଣ୍ଟାକାପାଲ୍ଲୀ ରେଳ ଷ୍ଟେସନ ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଅଟକି ରହିଥିଲା ପଲାସା-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍। ଠିକ୍ ଏହି ସମୟରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ ପଛ ପଟୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଛି। ଏନଡିଆରଏଫ୍ ଟିମ୍ ପହଁଚି ଉଦ୍ଧାର କାର୍ୟ୍ୟକୁ ତ୍ୱରାନ୍ୱିତ କରିଛି।

Leave A Reply

Your email address will not be published.