ଶପଥ ନେବା ପୂର୍ବରୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ

0

ଭୁବନେଶ୍ୱର (ଆମ ଟିଭି): ଆଜି ଓଡ଼ିଶାକୁ ମିଳିବ ନୂଆ ରାଜ୍ୟପାଳ । ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ ରଘୁବର ଦାସ । ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ରଘୁବର ଦାସ । ଦିନ ୧୧ ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ।

ଏହାପୂର୍ବରୁ ସେ ଗତକାଲି ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଆଉ ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.