ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଶରନ୍ ସିଂହ

0

ଭୁବନେଶ୍ୱର(ଆମ ଟିଭି): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଶରନ୍ ସିଂହ। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ୍ ସୁପାରିସ କରିଛି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ପାଇଁ ଜଷ୍ଟିସ୍ ସିଂହ ଉପଯୁକ୍ତ ବୋଲି କଲେଜିୟମ୍ ପକ୍ଷରୁ କୁହାଯାଇଛି । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଛି ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୦ ମସିହାରେ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ୍ ସିଂହ । ୨୦୧୦ରେ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବେ ତାଙ୍କୁ ନିଯୁକ୍ତ କରିଥିଲେ ବିହାର ସରକାର ଏହାପରେ ୨୦୧୨ରେ ପାଟନା ହାଇକୋର୍ଟର ଅତିରିକ୍ତ ଜଜ୍ ଭାବେ ନିଯୁକ୍ତି ପାଇଥିଲେ।

Leave A Reply

Your email address will not be published.