ଶ୍ରୀ ମହାନ୍ତିଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ କ୍ଷତି: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଶ୍ରୀ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀ ମହାନ୍ତିଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ କ୍ଷତି। ମହେଶ୍ୱର ମହାନ୍ତି ଜଣେ ଲୋକ ପ୍ରିୟ ଜନନେତା ଭାବରେ ସୁନାମ ଅର୍ଜନ କରିଥିଲେ।

ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ। ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି।

Leave A Reply

Your email address will not be published.