ବଙ୍ଗୋପସାଗରରେ ଲଘୁଚାପ; ଛେଚିବ ବର୍ଷା

0

ନୂଆଦିଲ୍ଲୀ (ଆମ ଟିଭି): ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। କିଛି ସମୟ ପରେ ଏହା ଅବପାତର ରୂପ ନେବ। ଦକ୍ଷିଣପୂର୍ବ ପାଶ୍ୱର୍ବର୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ। ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି ୧୭ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଫଳରେ ଆଜିଠାରୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

 

 

 

Leave A Reply

Your email address will not be published.