ବାତ୍ୟା ପାଇଁ ଦୁଇ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ
ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।
ଶ୍ରୀ ଦାସ ଆହୁରି କହିଛନ୍ତି, ଏହି ଗଭୀର ଅବପାତଟି ଉତ୍ତର-ଉତ୍ତରପୂର୍ବ ଦିଗ ମୁହାଁଇ ଥିବାରୁ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏହା ପାରାଦୀପ ଠାରୁ ୩୮୦ କିମି ଦୂରତାରେ ଅବସ୍ଥିତ ଅଛି। ଏହା ପ୍ରଭାବରେ ଆଜି କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଜିଲ୍ଲାମାନଙ୍କର ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।