ନୂଆଦିଲ୍ଲୀ(ଆମ ଟିଭି): ଟନେଲ୍ ଭିତରେ ଫସିଛି ୪୦ଜଣଙ୍କ ଜୀବନ। ଉତ୍ତରାଖଣ୍ଡ ଉତ୍ତରକାଶୀରେ ଫସି ରହିଥିବା ଶ୍ରମିକଙ୍କୁ ଏ ଯାଏଁ ଉଦ୍ଧାର କରାଯାଇପାରିନାହିଁ । ଉଦ୍ଧାର ପାଇଁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର ।
ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିିବାକୁ ଯୋଜନା ରହିଛି । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।