ଆଜି ଅଁଳା ନବମୀ, ଶ୍ରୀମନ୍ଦିରେ ଭକ୍ତଙ୍କ ଭିଡ

0

ଆଜି ପବିତ୍ର ଅଁଳା ନବମୀ । ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ହେବ। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି।

ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ବର୍ଷକୁ ଥରେ ମାତ୍ର ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି | ତେଣୁ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା ।

Leave A Reply

Your email address will not be published.