ପୁରୀ(ଆମ ଟିଭି): ପଞ୍ଚୁକ ପାଇଁ ପୁରୀରେ ସ୍ଵତନ୍ତ୍ର ବ୍ୟବସ୍ଥା ।ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ମରଚିକୋଟ ଛକ ପର୍ଯ୍ୟନ୍ତ ସମସ୍ତ ଉଠାଦୋକାନ ବନ୍ଦ ରହିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରଚିକୋଟ ଛକ ପର୍ଯ୍ୟନ୍ତ ବେରିକେଡିଂ କରାଯିବ। ମାର୍କେଟ ଛକରୁ ଗାଡ଼ି ଚଳାଚଳ ବନ୍ଦ କରାଯିବ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।
ସେ କହିଛନ୍ତି, ପଞ୍ଚୁକରେ ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ମୁତୟନ ରହିବେ। ସେପଟେ ବଡ଼ଦାଣ୍ଡର ଦୁଇପାର୍ଶ୍ୱରେ ଅସ୍ଥାୟୀ ଶୌଚାଳୟ କରାଯାଇଛି। ଡାକବାଜି ଯନ୍ତ୍ରରେ ଦର୍ଶନ ବ୍ୟବସ୍ଥା ଉପରେ ସୂଚନା ଦିଆଯାଉଛି।