ନୂଆଦିଲ୍ଲୀ (ଆମ ଟିଭି): ଗତ ୧୦ ଦିନ ଧରି ଉତ୍ତରାଖଣ୍ଡର ଉତ୍ତରକାଶିରେ ଟନେଲ ଭିତରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୋଦୀ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀଙ୍କ ସହ ଫୋନରେ କଥା ହୋଇଛନ୍ତି।
ସୁଡ଼ଙ୍ଗ ଭିତରେ ଫସି ରହିଥିବା ଶ୍ରମିକମାନଙ୍କ ଉଦ୍ଧାର କାର୍ଯ୍ୟକୁ ପ୍ରାଥମିକତା ଦିଆଯାଉଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ଆଜି ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି ଏବଂ ଘଟଣା ଘଟିଥିବା ସୁଡ଼ଙ୍ଗର ଉପର ଅଂଶରୁ ମେସିନ ସାହାଯ୍ୟରେ ଖୋଲିବା କାର୍ଯ୍ୟ ଆରମ୍ଭ କରାଯାଇଛି।