ଆଜିଠୁ ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍

0

ରାୟଗଡ଼ା (ଆମ ଟିଭି): ଆଉ ପାଦେ ଆଗକୁ ବଢିଲା ଲକ୍ଷ୍ମୀ ବସ୍। ଆଜିଠୁ ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍। ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ୱାରା ଗମନାଗମନ କ୍ଷେତ୍ରରେ ଆସିବ ବୈପ୍ଳବିକ ପରିବର୍ତ୍ତନ।

ସୂଚନା ଅନୁଯାୟୀ, ୧୧ଟି ବ୍ଲକ ମଧ୍ୟରେ ଏହି ବସ୍ ଯାତାୟତ କରିବାକୁ ଥିବା ବେଳେ ୩୯ଟି ରୁଟରେ ଏହି ସେବା ଯୋଗାଇବ ୫୨ଟି ଲକ୍ଷ୍ମୀ ବସ। ଏହାଦ୍ବାରା ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। କମ ଦାମରେ ଦୁଆରୁ ସହରକୁ ଯାଇପାରିବେ ଜନସାଧାରଣ। ଲକ୍ଷ୍ମୀ ବସ ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା ’ ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। ସବୁ ପଞ୍ଚାୟତକୁ ବସ୍ ଯିବ।

Leave A Reply

Your email address will not be published.