ନୂଆଦିଲ୍ଲୀ (ଆମ ଟିଭି): ଆଜିର ଦିନରେ ତାଣ୍ଡବ ରହିଥିଲେ ଆତଙ୍କବାଦୀ। ୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୫ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁର ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି । ନଭେମ୍ବର ୨୬ ମୁମ୍ବାଇ ଆକ୍ରମଣରେ ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ ।
ମୁମ୍ବାଇ ଆକ୍ରମଣକୁ ଚାହିଁକି ମଧ୍ୟ କୌଣସି ଭାରତୀୟ ଭୁଲି ପାରିବେ ନାହିଁ । ଆତଙ୍କବାଦୀଙ୍କ ଆକ୍ରମଣରେ ୧୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଓ ୩ଶହରୁ ଅଧିକ ଆହତ ହୋଇଥିଲେ । ଆତଙ୍କବାଦୀ ପ୍ରଥମେ ଶିବାଜୀ ଟର୍ମିନାଲ ପରେ ମାୟାନଗରୀର ବିଭିନ୍ନ ସ୍ଥାନରେ ଆଖିବୁଜା ଗୁଳିମାଡ କରି ବ୍ୟାପକ ଧନଜୀବନ ହାନି କରି ଆତଙ୍କ ଖେଳାଇ ଦେଇଥିଲେ । ହେଲେ ଏବେ ୧୫ ବର୍ଷ ପରେ ମୁମ୍ବାଇର ସୁର କ୍ଷା ବ୍ୟବସ୍ଥା ସୁଦୃଢ ହୋଇଛି । ଏବେ କୈାଣସି ଆତଙ୍କବାଦୀ ମାୟାନଗରୀ ଉପରେ ଆକ୍ରମଣ କରିବାକୁ ହେଲେ ଶହେ ଥର ଚିନ୍ତା କରିବ ।