କାଲି ସରିବ କଟକ ବାଲି ଯାତ୍ରା

0

ଆଜି ନୁହେଁ କାଲି ସରିବ କଟକ ବାଲିଯାତ୍ରା । ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି.

ସୂଚନା ଯୋଗ୍ୟ ଯେ, ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କିନ୍ତୁ ଏହାକୁ ଗୋଟିଏ ଦିନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାପୂର୍ବରୁ କଟକ ବାଲିଯାତ୍ରାକୁ ୨ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କଟକ ମେୟର ସୁବାସ ସିଂ । ତେବେ ୨ ଦିନ ବଦଳରେ ଗୋଟିଏ ଦିନ ବୃଦ୍ଧି କରିବାକୁ ଅନୁମତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.