ଭୁବନେଶ୍ଵର (ଆମ ଟିଭି): ଦୁର୍ବଳ ହେଲା ବାତ୍ୟା। ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବା ପରେ ମିଗଜୋମ ଧିରେ ଧିରେ ଦୁର୍ବଳ ହେଉଛି । କେନ୍ଦ୍ରୀୟ ଆନ୍ଧ୍ର ଉପକୂଳ ଅଂଚଳରେ ଗଭୀର ଅବପାତ ଭାବେ କେନ୍ଦ୍ରୀଭୁତ ରହିଛି । ଏହା ଆନ୍ଧ୍ର ଉପକୂଳରେ ଉତର ଦିଗରେ ଘଣ୍ଟାପ୍ରତି ୧୧ କିମି ବେଗରେ ଗତି କରୁଛି । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତ ଆହୁରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ପରବର୍ତି ୬ ଘଂଟାରେ ଗୋଟିଏ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣ ହେବାର ସମ୍ଭାବନା ରହିଛି । ବାତ୍ୟା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବା ପରେ ବର୍ଷା ଓ ପବନର ବେଗ କମିଛି ।
ବାତ୍ୟାର ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି । ପୁରୀ, ଗଂଜାମ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲା ସମେତ ରାଜଧାନୀର କିଛି ଅଂଚଳରେ ମଧ୍ୟ ରହି ରହି ଝିପି ଝିପି ବର୍ଷା ହେଉଛି । ଆହୁରି ୨୪ ଘଂଟା କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଲାଗୁ ରହିବ ।