ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର, ଜାଣନ୍ତୁ କାହିଁକି

0

ଭୁବନେଶ୍ଵର : ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର। ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଚିଠି। ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଓଡ଼ିଶାରେ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବାରେ ସହଯୋଗ ପାଇଁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶା ଯେପରି ପିଏମ ଉଷା ଯୋଜନାର ଲାଭ ପାଇବାରୁ ବଞ୍ଚିତ ନହୁଏ ତା ଉପରେ ଦୃଷ୍ଟି ଦେବାକୁ ଅନୁରୋଧ କରିଛନ୍ତି।

୨୦୨୨ ଜୁନ ୧୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ-ଉଷା ଯୋଜନାର ଶୁଭାରମ୍ଭ ନେଇ ଅବଗତ କରାଇଥିଲେ। ପିଏମ ଉଷାର ନୂଆ ପର୍ଯ୍ୟାୟରେ ଓଡ଼ିଶା ଏଯାଏ ଏମଓୟୁ ସ୍ୱାକ୍ଷର କରିନାହିଁ । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ଜାରି ରଖିବା ପାଇଁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହି କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନାକୁ ଅନୁମୋଦନ ମିଳିଛି। ଏଥିରେ ୧୨ ହଜାର ୯୨୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛନ୍ତି ଧର୍ମେନ୍ଦ୍ର।

ଦୁର୍ଗମ, ଜନଜାତି ଅଧ୍ୟୁଷିତ, ମାଓ ପ୍ରଭାବିତ ଅଞ୍ଚଳରେ ଉଚ୍ଚତର ଶିକ୍ଷା ପାଇଁ ସୁଯୋଗ ସୃଷ୍ଟି କରିବା ପିଏମ- ଉଷାର ଲକ୍ଷ୍ୟ । ପିଏମ୍ -ଉଷା ନିର୍ଦ୍ଦେଶାବଳୀ ଅଧୀନରେ ନିର୍ଦ୍ଧାରିତ ବୁଝାମଣାପତ୍ର ସ୍ୱାକ୍ଷର କରିବା ଓଡ଼ିଶା ଭଳି ରାଜ୍ୟ ପାଇଁ ପ୍ରାଥମିକତା ଅଟେ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର। ଏହା ଦ୍ବାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ମଲଟିପୁଲ ଏଣ୍ଟ୍ରି-ଏକଜିଟ୍, ଏକାଡେମିକ୍ ବ୍ୟାଙ୍କ ଅଫ୍ କ୍ରେଡିଟ୍, ଏନଏଚଇକ୍ୟୁଏଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଭଳି ସଂସ୍କାର ସହ ଓଡ଼ିଶା ଯୋଡ଼ି ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

Leave A Reply

Your email address will not be published.