ଏଥର ସାଧାରଣତନ୍ତ୍ର ଦିବସରେ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି

0

ନୂଆଦିଲ୍ଲୀ(ଆମ ଟିଭି): ଏଥର ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପାଳନ ସମାରୋହରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଜାନୁଆରୀ ୨୬ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମୁଖ୍ୟ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା।

ତେବେ କିଛି କାରଣ ଯୋଗୁ ଜାନୁଆରୀରେ ସେ ଭାରତ ଆସିବାକୁ ଅକ୍ଷମତା ପ୍ରକାଶ କରିଥିଲେ। ଏହାପରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

Leave A Reply

Your email address will not be published.