ଓଡିଶାର ଶିଳ୍ପ ବିକାଶରେ ଅସହିଷ୍ଣୁ ହୋଇପଡିଛି ବିଜେପି: ବିଜେଡି

0

ଭୁବନେଶ୍ୱର(ଆମ ଟିଭି): ଓଡିଶାର ଶିଳ୍ପ ବିକାଶରେ ଅସହିଷ୍ଣୁ ହୋଇପଡିଛି ବିଜେପି। ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ମିଥ୍ୟା ପ୍ରଚାର ଚଳାଇଛି ରାଜ୍ୟ ବିଜେପି। ଓଡିଶାକୁ ଦେଶ ବିଦେଶରେ ବଦନାମ ପାଇଁ ଷଡଯନ୍ତ୍ର କରୁଛି। ନିଜର ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ଓଡ଼ିଶାକୁ ବଦନାମ କରିବାର ଅଭ୍ୟାସ ଓଡ଼ିଶା ବିଜେପିର ରହିଛି। ତେଣୁ ଏହା ଜାଣିଶୁଣି ଓଡ଼ିଶାର ଶିଳ୍ପ ବିକାଶକୁ ନେଇ ମିଥ୍ୟା ଓ ମନଗଢ଼ା ପ୍ରଚାର ଚଳାଇଛି। ତେଣୁ ଓଡିଶା ବିଜେପି ଓଡ଼ିଶାବାସୀଙ୍କୁ ଯେଭଳି ବିଭ୍ରାନ୍ତ କରୁଛି ତାହାକୁ ରୋକିବା ପାଇଁ ଓଡ଼ିଶାବାସୀଙ୍କୁ ସତ ଜାଣିବା ନିହାତି ଜରୁରୀ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଓ ସୋଫିଆ ଆଲାମ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଗତ ୨୩ ବର୍ଷ ମଧ୍ୟରେ ଶିଳ୍ପାୟନ ଓ ରୋଜଗାର ଯୋଗାଇବା ପଥରେ ଦ୍ରୁତ ଗତିରେ ଅଗ୍ରସର ହୋଇଛି। ୨୦୨୧-୨୨ ବର୍ଷ ପାଇଁ ସର୍ବାଧିକ ରାଜସ୍ୱ ବଳକା ରାଜ୍ୟ ଭାବେ ଓଡିଶା ଭାରତର ଏକ ନମ୍ବର ରାଜ୍ୟ ଭାବେ ପରିଗଣିତ ହୋଇଛି।

Leave A Reply

Your email address will not be published.