ନୂଆଦିଲ୍ଲୀ(ଆମ ଟିଭି): ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ଭିତରେ ପୁଞ୍ଚ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ପୁଲଓ୍ଵାମାରେ ୩ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯିବା ସହ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ବର୍ତ୍ତମାନ ପୁଲିସ ଓ ସେନା ସନ୍ଦିଗ୍ଧଙ୍କୁ ପଚରାଉଚରା କରୁଛନ୍ତି।
ଭାରତୀୟ ସେନା ଓ ଜମ୍ମୁ-କଶ୍ମୀର ପୁଲିସ ପକ୍ଷରୁ ପୁଲୱାମାର ପାଞ୍ଜୁ ଓ ଗାମିରାଜରେ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସର୍ଚ୍ଚ ଅପରେସନ ବେଳେ ୩ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଥିଲା । ଏଥିସହ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ସାମଗ୍ରୀ ଜବତ କରାଯାଇଛି।