ନିର୍ବାଚନ ପାଇଁ ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା: ଅଜୟ କୁମାର

0

ଭୁବନେଶ୍ୱର(ଆମ ଟିଭି): ଓଡ଼ିଶା ଗସ୍ତରେ ଅଛନ୍ତି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର । ସେ ଆଜି କହିଛନ୍ତି, ନିର୍ବାଚନ ପାଇଁ ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା । ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ହୋଇଛି ବୁଝାମଣା ।

ଶାସକ ଦଳ ବିରୋଧରେ ଅଭିଯୋଗ ଆଣି କଂଗ୍ରେସ ପ୍ରଭାରୀ କହିଛନ୍ତି, ରାଜ୍ୟରେ ବାହାରି ଶାସନ ଚାଲିଛି । ଅମଲା ଶାସନ ଲୋକଙ୍କ ପାଖରେ ପହଂଚିପାରୁନି ବୋଲି ସେ ଅଭିଯୋଗ କରିଛନ୍ତି । ରାଜ୍ୟର ଏକମାତ୍ର ରାଜନୈତିକ ଦଳ ଭାବେ କଂଗ୍ରେସ ଲୋକଙ୍କ ସହ ରହିଛି ବୋଲି ସେ ଦାବି କରିଛନ୍ତି । ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଅଜୟ କୁମାର ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି ।

Leave A Reply

Your email address will not be published.