ଓଡ଼ିଶାର ଏହି ୪ଜିଲ୍ଲା ଦେଇ ଯିବ କଂଗ୍ରେସର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା

0

ନୂଆଦିଲ୍ଲୀ(ଆମ ଟିଭି): ଓଡ଼ିଶାରେ କଂଗ୍ରେସର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାକୁ ନେଇ ପ୍ରସ୍ତୁତିରେ ଲାଗିଛି ରାଜ୍ୟ କଂଗ୍ରେସ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡା ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ । ଏଥିସହ ମିସ କଲ ଦେଇ ନ୍ୟାୟ ଯାତ୍ରାରେ ସାମିଲ ହେବା ପରେ ଲୋକଙ୍କୁ ଅପିଲ କରି କଂଗ୍ରେସ ଏକ ମୋବାଇଲ ନମ୍ବର ଜାରି କରିଛି । ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡ ନ୍ୟାୟ ଯାତ୍ରାରେ ସାମିଲ ହେବା ପାଇଁ କଂଗ୍ରେସ ନେତା ଲୋକଙ୍କୁ ଅପିଲ କରିଛନ୍ତି ।

ଯାତ୍ରା ବେଳେ ଓଡିଶାରେ ରାହୁଲ ଗାନ୍ଧୀ ୪ ଦିନ ରହିବେ । ରାଜ୍ୟର ୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ୟ୍ୟକ୍ରମ ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଦେଇ ଓଡିଶାରେ ଏହି ଯାତ୍ରା ଯିବ । ଜାନୁଆରି ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଯାତ୍ରା ୬୬ ଦିନରେ ୧୫ଟି ରାଜ୍ୟ ଓ ୧୧୦ଟି ଜିଲ୍ଲା ଦେଇ ଯିବ । ମଣିପୁରର ଆରମ୍ଭ ହୋଇ ମୁମ୍ବାଇରେ ରାହୁଲ ଗାନ୍ଧୀଙ୍କ ଯାତ୍ରା ସରିବ ।

 

Leave A Reply

Your email address will not be published.