ମୁମ୍ବାଇ(ଆମ ଟିଭି): ମୁମ୍ବାଇରେ ଏକ ଭୟଙ୍କର ବିସ୍ପୋରଣ ଖବର ଆସି ପହଞ୍ଚୁଛି। ମୁମ୍ବାଇର ଡୋମ୍ବିଭଲି ଲୋଢା ଫେଜ୍-୨ ଖୋନା ଏଷ୍ଟ୍ରେଲା ଟାଓ୍ବାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି| ପାଞ୍ଚରୁ ଛଅ ମହଲା ଗ୍ୟାଲେରୀରେ ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ପରେ ୩ଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରୁଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ବୋଲି କୁହାଯାଉଛି। ନିଆଁ ଲାଗିବା ପରେ ତୁରନ୍ତ ଏଠାରେ ରହୁଥିବା ସମସ୍ତ ଲୋକଙ୍କୁ ନିରାପଦରେ ସ୍ଥାନାନ୍ତର କରାଯାଇଥିଲା।
ଏହି ଅଗ୍ନିକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ ହେଉଥିବା ଦେଖିବାକୁ ମିଳୁଛି । ତେବେ ଏହି ଘଟଣାରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ ।