ନୂଆଦିଲ୍ଲୀ: କଂଗ୍ରେସକୁ ପୁଣି ଏକ ବଡ଼ ଝଟକା । ଲୋକସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ କଂଗ୍ରେସକୁ ବଡ ଝଟକା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ମିଲିନ୍ଦ ଦେଓରା କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୋ ରାଜନୈତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି।
ବର୍ଷ ବର୍ଷ ଧରି ଦଳର ସମସ୍ତ ନେତୃବୃନ୍ଦ ଏବଂ କର୍ମକର୍ତ୍ତାଙ୍କ ଠାରୁ ମିଳିଥିବା ସମର୍ଥନ ପାଇଁ ମୁଁ ସେମାନଙ୍କ ନିକଟରେ ଚିର କୃତଜ୍ଞ ହୋଇ ରହିବି। ଗତ କିଛି ଦିନ ଧରି ମିଲିନ୍ଦ ଦେଓରାଙ୍କ କଂଗ୍ରେସରୁ ଇସ୍ତଫାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ସେ କଂଗ୍ରେସ ଛାଡି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ନେତୃତ୍ବାଧିନଶିବସେନାରେ ସାମିଲ ହେବେ ବୋଲି କୁହାଯାଉଥିଲା। କିନ୍ତୁ ଶନିବାର ଏହାକୁ ଉଡା ଖବର ବୋଲି ମିଲିନ୍ଦ କହିଥିଲେ ।