ମହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି

0

କଟକ: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି । ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ୨୦୨୪, ଫେବ୍ରୁଆରି ୧ ତାରିଖ ପର୍ୟ୍ୟନ୍ତ ବଢିଛି। ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରତାପ ଜେନା ଦାୟର କରିଥିବା ଆବେଦନ (କ୍ରିମିନାଲ ରିଭିଜନ)ର ଆଜି ହାଇକୋର୍ଟରେ ଶୁଣାଣି ହୋଇଥିଲା। ତାଙ୍କୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷା ଆସନ୍ତା ଫେବ୍ରୁଆରି ପହିଲା ଯାଏଁ ବଳବତ୍ତର ରହିଛି। ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଶୁଣାଣି ଘୁଞ୍ଚାଇଛନ୍ତି। ଆଗାମୀ ଫେବ୍ରୁଆରି ୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ୍ ଜାରି କରିବା ସହିତ ନିମ୍ନ ଅଦାଲତ ରେକର୍ଡ ତଲବ କରିଥିଲେ। ଡିସେମ୍ବର ୧୯ ପର୍ୟ୍ୟନ୍ତ ପ୍ରତାପ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ନଭେମ୍ବର ୨ରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.