ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ପୁରୀ(ଆମ ଟିଭି): ଲୋକାର୍ପିତ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ସୌଧ । ଉଦଘାଟିତ ହୋଇଛି ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ । ଏହାକୁ ଭର୍ଚ୍ଚୁଆଲ ମୋଡରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା କ୍ରମରେ ବଖାଣିଛନ୍ତି ଓଡିଆ ଭାଷାର ଗାରିମା ।

ଏହି କ୍ରମରେ ଉତ୍କଳମଣୀ ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି । ଫେବୃଆରୀ ୩ ତାରିଖରେ ଆୟୋଜିତ ହେବାକୁ ଯାଉଛି ଓଡିଆ ଭାଷା ସମ୍ମିଳନୀ,ଯାହା ସାରା ଓଡିଆ ଜାତି ପାଇଁ ଗୌରବର କଥା । ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ । ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ । ଏହି ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.