ସମ୍ବଲପୁର(ଆମ ଟିଭି): ଲୋକାର୍ପିତ ହେଲା ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ। ପଶ୍ଚିମ ଓଡିଶାର ଆଧାତ୍ମିକ ଭାବାବେଗର ପ୍ରାଣକେନ୍ଦ୍ର, ମା’ ସମଲେଶ୍ୱର ପୀଠରେ ନିର୍ମାଣ ଚାଲିଥିବା ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ସମଲେଇ ପ୍ରକଳ୍ପ ଯଜ୍ଞ ପାଇଁ ପୂଜା ବିଧି ସହ ଲୋକାର୍ପିତ ହୋଇଛିକକ। ।
ପୁରୋହିତଙ୍କ ମନ୍ତ୍ରୋଚାରଣ ଓ ଚଣ୍ଡୀପାଠରେ ପ୍ରକମ୍ପିତ ହୋଇ ଉଠିଛି ସମଗ୍ର ସମ୍ବଲପୁର ସହର । ଅପରାହ୍ଣ ୫ଟାରୁ ଭକ୍ତମାନେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିପାରିବେ । ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ ପାଇଁ ଆଜି ରାଜ୍ୟର ସବୁ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି । ସେହିପରି ସରକାରୀ କାର୍ୟ୍ୟାଳୟ ମଧ୍ୟ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରକଳ୍ପର ପ୍ରତିଟି ଦୃଶ୍ୟକୁ ଟେଲିଭିଜିନ ମାଧ୍ୟମରେ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହ ସମ୍ବଲପୁରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।