ଫେବୃଆରୀ ୧୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!

0

ନୂଆଦିଲ୍ଲୀ(ଆମ ଟିଭି): ପୁଣି ଓଡ଼ିଶା ଆସିବେ ମୋଦୀ । ଗୋଟିଏ ସପ୍ତାହ ଭିତରେ ଦୁଇ ଦୁଇ ଥର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫେବୃୟାରୀ ୩ ତାରିଖ ପରେ ପୁଣି ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ମୋଦୀ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାରରୁ ଅଧିକ ମହିଳାଙ୍କୁ ଏକ ବିଶାଳ ମହିଳା ସମାବେଶ ଆୟୋଜନ କରୁଛି ଭାରତୀୟ ଜନତା ପାର୍ଟି । ଏହି ସମାବେଶରେ ସାମିଲ୍ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଦେଶରେ ଦୁଇଟି ବିଶାଳ ମହିଳା ସମାବେଶ ଆୟୋଜନ କରିବାକୁ ଯାଉଛି । ଗୋଟିଏ ଓଡ଼ିଶାର ଭୁବନେଶ୍ୱରରେ ମହିଳା ସମାବେଶ ହେବାକୁ ଥିବା ବେଳେ ଅନ୍ୟ ସମାବେଶଟି ମଧ୍ୟପ୍ରଦେଶରେ ଆୟୋଜିତ ହେବ । ଭୁବନେଶ୍ୱରରେ ହେବାକୁ ଥିବା ମହିଳା ସମାବେଶରେ ବହୁ କେନ୍ଦ୍ରୀୟ ନେତାଙ୍କ ସମେତ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେବାର କାର୍ୟ୍ୟକ୍ରମ ରହିଥିବା ସୂଚନା ମିଳିଛି । ଯଦି ୧୦ ତାରିଖ ମୋଦୀ ଓଡ଼ିଶା ଆସନ୍ତି, ତେବେ ଗୋଟିଏ ସପ୍ତାହ ଭିତରେ ଦୁଇ-ଦୁଇ ଥର ଓଡ଼ିଶା ଗସ୍ତ କାର୍ୟ୍ୟକ୍ରମ ହେବ ।

Leave A Reply

Your email address will not be published.