ଭୁବନେଶ୍ବର: ଶୀତ ସାଙ୍ଗକୁ ପୁଣି ଭିଜିବ ଓଡିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ହେବ ।
୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ । ସେପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଛି । ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ହାଲୁକା ଶୀତ ହେବ ।