ଆଜି ଚାଷୀଙ୍କ ଖାତାକୁ ଆସିବ କାଳିଆ ଟଙ୍କା

0

ଭୁବନେଶ୍ୱର,: ସୋମବାରରୁ ଶୁଭାରମ୍ଭ। ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ । ଖରିଫ ଋତୁ ପାଇଁ କାଳିଆ ସହାୟତା ପ୍ରଦାନ କରାଯିବ। ୪୬ ଲକ୍ଷରୁ ଊଦ୍ଧର୍‌ବ କ୍ଷୁଦ୍ର, ଭୂମିହୀନ ଓ ନାମମାତ୍ର ଚାଷୀଙ୍କୁ ୯୩୩ କୋଟି ଟଙ୍କା ଡିବିଟି ଜରିଆରେ ପ୍ରଦାନ କରାଯିବ। ଏହା ବାଦ ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହା ସହ ୩୦ ଜିଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ’କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌ରେ ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି ।

Leave A Reply

Your email address will not be published.