ପ୍ରସନ୍ନଙ୍କ ଆସୁ ଆରୋଗ୍ୟ କାମନା କଲେ ନବୀନ

0

ଭୁବନେଶ୍ୱର,୧୫ା୩: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶୁକ୍ରବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରାଜ୍ୟ ସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣି ମୁଁ ବହୁତ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

ସୂଚନାଯୋଗ୍ୟ, ନବୀନ ନିବାସରେ ଆୟୋଜିତ ବିଜେଡି ବୈଠକରେ ଯୋଗ ଦେଇ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରସନ୍ନ, ପିଏସ୍‌ଓ ଏବଂ ତାଙ୍କ ଡ୍ରାଇଭର ଆହତ ହୋଇଛନ୍ତି। ସମସ୍ତଙ୍କୁ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରସନ୍ନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି।

Leave A Reply

Your email address will not be published.