ଦାମ ରାଉତ ଗୁରୁତର , ପୁଅ ଦେଲେ ସୂଚନା

0

ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଛି। ତାଙ୍କର ବ୍ରେନ ଡେଡ୍ ହୋଇଥିବା ନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତରନ୍ତ କ୍ୟାପିଟାଲ

ହସ୍ପିଟାଲ ନିଆଯାଇଥିଲା। ମେଡିକାଲ ନେବା ବାଟରେ ତାଙ୍କର ହୃଦଘାତ ହୋଇଥିଲା। କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବାପରେ ଦାମ ରାଉତଙ୍କୁ CPR ଦିଆଯାଇ ନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି। ସିପିଆର ନଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିଲା। ଏହାପରେ ତୁରନ୍ତ ତାଙ୍କୁ ସେଠାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦାମୋଦର ରାଉତଙ୍କର ଚିକିତ୍ସା ଚାଲିଛି। ତାଙ୍କର ବ୍ରେନ ଡେଡ୍ ହୋଇଥିବା ତାଙ୍କ ପୁଅ କହିଛନ୍ତି।

ତେବେ ସମ୍ବିତଙ୍କ ଅଭିଯୋଗ ଉପରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଦାମ ରାଉତ ବିଜେଡିର ଟାଣୁଆ ନେତା ଥିଲେ। ଏହାସହ ସେ ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

 

Leave A Reply

Your email address will not be published.