ଆଜି ପଦ୍ମ ଧରିବେ ଭର୍ତ୍ତୃହରୀ ମହତାବ
ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭର୍ତ୍ତୃହରି ମହତାବ ପଦ୍ମ ଧରିଛନ୍ତି।
୨୨ ମାର୍ଚ୍ଚ ଶୁକ୍ରବାର ଦିନ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିଲେ। ସେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପରେ ସେ ବିଜେପିର ଯୋଗଦେବେ ବୋଲି ଚର୍ଚ୍ଚା ହୋଇଥିଲା। ଏହି ଚର୍ଚ୍ଚାର ଆଜି ଅନ୍ତ ଘଟିଛି।