ରାମଲୀଳା ମଇଦାନରେ ଏକାଠି ହେଲେ ବିରୋଧୀ

0

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି(ଏଏପି) ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଉନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସୱୀ ଯାଦବ ଏହି ମେଗା ରାଲିରେ ଯୋଗ ଦେବେ।

ବରିଷ୍ଠ ଏଏପି ନେତା ଗୋପାଳ ରାୟ କହିଛନ୍ତି, ରାମଲୀଳା ମଇଦାନରେ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ ଏକ ରାଲି କରିବାକୁ ପ୍ରଶାସନଙ୍କ ଠାରୁ ଅନୁମତି ମିଳିଛି। ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏହି ମେଗା ରାଲିକୁ ସମ୍ବୋଧିତ କରିବେ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। କଂଗ୍ରେସ କହିଛି ଯେ, ରାମଲୀଳା ମଇଦାନରେ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆନ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ’ (ଇଣ୍ଡିଆ)ର ‘ସେଭ ଡେମୋକ୍ରାସି ରାଲି’ କୌଣସି ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ନୁହେଁ, ବରଂ ସମ୍ବିଧାନ ଓ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଉଦ୍ଦିଷ୍ଟ ।

ଏହି ରାଲିରେ ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଏନ, ଡିଏମକେ ନେତା ତିରୁଚି ଶିବା, ନ୍ୟାଶନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଯୋଗଦେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ମଧ୍ୟ ଏହି ରାଲିରେ ଯୋଗଦେବେ।

Leave A Reply

Your email address will not be published.