କାଳବୈଶାକି ନେଇ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରକୋପ କମିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ଏଥିପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଂଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ସୁବର୍ଣ୍ଣପୁର, କନ୍ଧମାଳ, ଗଂଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି।

ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟର ତାପମାତ୍ରା ୩୫ ତଳେ ରହିଛି। ଚାନ୍ଦବାଲିରେ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୨.୮, ବାଲେଶ୍ୱର ୩୨.୪‌ଓ କେନ୍ଦୁଝରରେ ୨୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Leave A Reply

Your email address will not be published.