ସିଂହଦ୍ୱାର ଜଗିବେ ପ୍ରତିହାରୀ ସେବାୟତ

0

ପୁରୀ (ଆମ ଟିଭି): ସିଂହଦ୍ୱାର ଜଗିବେ ପ୍ରତିହାରୀ ସେବାୟତ । ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ପ୍ରୟାସ ଆରମ୍ଭ ହୋଇଛି । ପଣାସଂକ୍ରାନ୍ତି ଠାରୁ ସକାଳେ ଓ ସନ୍ଧ୍ୟାରେ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରତିହାରୀ ନିଯୋଗ ସମ୍ପାଦକ ରାମନାରାୟଣ ଗୋଛିକାର ।

ପରବର୍ତ୍ତି ପର୍ଯ୍ୟାୟରେ ୪ ଦ୍ୱାରରେ ପ୍ରତିହାରୀ ସେବାୟତଙ୍କୁ ନିୟୋଜିତ କରାଯିବା ବୋଲି ନିଷ୍ପତି ହୋଇଛି । ରେକର୍ଡ ଅଫ ରାଇଟସ୍ ଅନୁଯାୟୀ ପୂର୍ବରୁ ପ୍ରତିହାରୀ ସେବାୟତ ମାନେ ଶ୍ରୀମନ୍ଦିର ଚାରିଦ୍ୱାରରେ ମୁତୟନ ରହୁଥିବା ବେଳେ ଏବେ କିଛି ଦିନ ହେଲା ସେ ବ୍ୟବସ୍ଥା ବନ୍ଦ ରହିଛି । ତେବେ ପୂନର୍ବାର ପ୍ରତିହାରୀ ସେବାୟତ ମାନେ ସିଂହଦ୍ୱାର ଖୋଲିବା ସମୟରେ ଓ ସନ୍ଧ୍ୟା ଧୂପ ପରେ ସେଠାରେ ମୁତୟନ ରହିବେ ବୋଲି ନିଯୋଗର ସମ୍ପାଦକ କହିଛନ୍ତି । ସୂଚନା ଅନୁସାରେ ଗତ ମାର୍ଚ୍ଚ ମାସରେ ସୁରକ୍ଷାବଳୟ ଭାଙ୍ଗି ଦୁଇ ଜଣ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିର ଭିତରେ ଅବାଧରେ ପ୍ରବେଶ କରିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ସିଂହଦ୍ୱାର ଥାନାରେ ଜିମା ଦେଇଥିଲେ ।

Leave A Reply

Your email address will not be published.