ଭୁବନେଶ୍ୱର (ଆମ ଟିଭି): କୋହଲା ପାଗ ପରେ ରାଜ୍ୟରେ ଅନୁଭୁତ ହୋଇପାରେ ପ୍ରବଳ ଗରମ ସହ ଗୁଳୁଗୁଳି । କାଳବୈଶାଖୀ ଯୋଗୁଁ ବର୍ତ୍ତମାନ ପାଗ ଥଣ୍ଡା ରହିଥିବା ବେଳେ ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ଡେଇଁପାରେ ୪୦ ଡିଗ୍ରୀ ।
୧୭ ତାରିଖ ବେଳକୁ ସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।