ଯାଜପୁର କୁଆଖିଆ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍

0

ଭୁବନେଶ୍ୱର (ଆମ ଟିଭି): ଯାଜପୁର କୁଆଖିଆ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ଓଭର ବ୍ରିଜ ତଳକୁ ଖସିପଡିଲା ବସ୍ । ବାରବାଟୀ ପୋଲରେ ଭାରସାମ୍ୟ ହରାଇ ଓଲଟିପଡିଲା ବସ୍ । ଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯିବା ବେଳେ ଏଭଳି ଅଘଟଣ ଘଟିଛି ।

ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । କିଛି ଯାତ୍ରୀ ବସ ତଳେ ଚାପି ହୋଇ ରହିଥିବା ସୂଚନା । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି ।

Leave A Reply

Your email address will not be published.