ଜେଲରେ ଆମ୍ବ ଓ ମିଠା ଖାଉଛନ୍ତି କେଜ୍ରିୱାଲ

0

ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ସାଂଘାତିକ ଦାବି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି।

କେଜ୍ରିୱାଲ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ। ତଥାପି ସେ ଜେଲରେ ପ୍ରଚୁର ଆମ୍ବ, ଆଳୁ ପୁରୀ ଓ ମିଠା ଖାଉଛନ୍ତି। ପ୍ରତିଦିନ ସେ ମିଠା ଓ ଆମ୍ବ ଖାଇ ନିଜର ରକ୍ତ ସର୍କରାକୁ ବୃଦ୍ଧି କରିବାରେ ଲାଗିଛନ୍ତି। ରକ୍ତ ସର୍କରା ବା ବ୍ଲଡ ସୁଗାର ବଢ଼ିବା ପରେ ସେ ମେଡିକାଲ ଗ୍ରାଉଣ୍ଡରେ ଜାମିନ ପାଇଯିବେ ବୋଲି ଲକ୍ଷ୍ୟ ରଖିଛନ୍ତି।

ଜେଲରେ ଥିବା ନିଜର ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଡାକ୍ତରଙ୍କ ପରାମର୍ଶ ଚାହୁଁଥିବା ଦାବି କରି ଗୋଟିଏ ଆବେଦନ କୋର୍ଟରେ କରିଛନ୍ତି। ଏହାର ଶୁଶାଣି କୋର୍ଟ କରୁଥିବା ବେଳେ ଇଡି ଏପରି ଦାବି କରିଛି।

ଏହାପରେ କୋର୍ଟ ତିହାର ଜେଲ କର୍ତ୍ତୃପକ୍ଷଙ୍କୁ କେଜ୍ରିୱାଲ ଖାଉଥିବା ଖାଦ୍ୟର ତାଲିକା ଦେବାକୁ କହିଛନ୍ତି। ଏଥିସହ କୋର୍ଟ ଆପ୍‌ ସୁପ୍ରିମୋ କେଜ୍ରିୱାଲଙ୍କ ଓକିଲଙ୍କୁ ମଧ୍ୟ ଡାକ୍ତର ତାଙ୍କ ପାଇଁ ପ୍ରଦାନ କରିଥିବା ଖାଦ୍ୟ ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଜ୍ରିୱାଲ ଟାଇପ ୨ ମଧୁମେହ ରୋଗରେ ପୀଡ଼ିତ।

Leave A Reply

Your email address will not be published.