ଆସୁଛି କାଳବୈଶାଖୀ

0

ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ ୨ଟାରେ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୩ଟାରେ କାଳବୈଶାଖୀ ବର୍ଷା ହୋଇଛି। କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ତାତିରୁ ସାମାନ୍ୟ ତ୍ରାହି ମିଳିଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ମଧ୍ୟ ହୋଇଛି। ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ ତାଣ୍ଡବ ରଚିବା ସହ ଅନେକ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେବା ସହ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି।

Leave A Reply

Your email address will not be published.