ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଭୁବନେଶ୍ୱର(ଆମ ଟିଭି): ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା ଆସିବେ ବୋଲି ଜଣାପଡିଛି।

ସେଦିନ ସେ ସକାଳ ୧୦ଟା ବ୍ରହ୍ମପୁରରେ ଏକ ଜନସଭାକୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ପ ୧୨.୩୦ରେ ସେ ନବରଙ୍ଗପୁରରେ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.