ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

0

ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାରମ୍ପରିକ ଆସିକା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ ବଲାଙ୍ଗୀର ଲୋକ ସଭା ଅନ୍ତର୍ଗତ କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ଉଭୟ ଆସନରେ ଗୋଟିଏ ଦିନରେ ମତଦାନ ହେବାକୁ ଯାଉଛି। ହିଞ୍ଜିଳି ଆସନରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଭାଜପାରୁ ଶିଶିର ମିଶ୍ର ଏବଂ କଂଗ୍ରେସରୁ ରଜନୀକାନ୍ତ ପାଢ଼ୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି କଣ୍ଟାବାଞ୍ଜି ଆସନରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଭାଜପାରୁ ଲକ୍ଷ୍ମଣ ବାଗ୍‌ ଏବଂ କଂଗ୍ରେସରୁ ସନ୍ତୋଷ ସିଂ ସାଲୁଜା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

Leave A Reply

Your email address will not be published.