ବିଜେଡ଼ିର ନିର୍ବାଚନ ଇସ୍ତାହାର ନେଇ ପାଣ୍ଡିଆନଙ୍କ ସାମ୍ବାଦିକ ସମ୍ମିଳନୀ

0

ଭୁବନେଶ୍ୱର (ଆମ ଟିଭି): ବିଜେଡ଼ିର ନିର୍ବାଚନ ଇସ୍ତାହାର ନେଇ ପାଣ୍ଡିଆନଙ୍କ ସାମ୍ବାଦିକ ସମ୍ମିଳନୀ । ମଧ୍ୟବିତ୍ତ ହେଉଛନ୍ତି ସହରର ମେରୁଦଣ୍ଡ। ନୂଆ ଓଡ଼ିଶା ଗଠନ ପାଇଁ ମଧ୍ୟବିତ୍ତ ଲୋକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ମଧ୍ୟବିତ୍ତ ପରିବାରଙ୍କ ପାଇଁ ବିଜେଡି ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ମଧ୍ୟବିତ୍ତଙ୍କ ପାଇଁ ୫ଟି ବଡ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି।

ସହରାଞ୍ଚଳ ସହ ସମସ୍ତ ମଧ୍ୟବିତ୍ତଙ୍କୁ BSKY ନବୀନ କାର୍ଡ ପ୍ରଦାନ କରାଯିବ। ଘର କିଣିବାକୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ସୁଧ ରିହାତି ମିଳିବ। ମଧ୍ୟବିତ୍ତଙ୍କ ପିଲାଙ୍କ ପାଠପଢା ପାଇଁ ଶିକ୍ଷା ଋଣ ଉପରେ ବି ମିଳିବ ସୁଧ ରିହାତି। ଗମନାଗମନ ପାଇଁ କମ ପଇସାରେ ସୁବିଧା କରାଯାଇଛି। ଲକ୍ଷ୍ମୀ ବସ ଓ ମୋ ବସ ବ୍ୟବସ୍ଥା କରାଯାଇଛି। ରାଜ୍ୟର ପ୍ରାୟ ୯୮ ପ୍ରତିଶତ ପିଲା ନୂଆ ଓ ଛାତ୍ର ବୃତ୍ତିରେ ସାମିଲ ହୋଇଛନ୍ତି । ଆଗାମୀ ଦିନରେ ଛାତ୍ରଙ୍କ ପାଇଁ ୧୨ ହଜାର ଛାତ୍ରୀଙ୍କ ପାଇଁ ୧୪ ହଜାର ଛାତ୍ରବୃତ୍ତି ପ୍ରଦାନ କରାଯିବ।

ପାଣ୍ଡିଆନ କହିଛନ୍ତି, ମଧ୍ୟବିତ୍ତଙ୍କ ପାଇଁ କୌଣସି ରାଜ୍ୟ ଏଭଳି ପଦକ୍ଷେପ ନେଇ ନାହାନ୍ତି। ମଧ୍ୟବିତ୍ତ ଆଗକୁ ବଢ଼ିଲେ ସର୍ଭିସ୍ ସେକ୍ଟର ଆଗକୁ ବଢ଼ିବ। ରାଜ୍ୟ ଆଗକୁ ବଢିବ। ରାଜ୍ୟର ଅର୍ଥନୈତିକ ବିକାଶ ହେବ। ତେଣୁ ମଧ୍ୟବିତ୍ତଙ୍କ ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.