ଭୁବନେଶ୍ୱର (ଆମ ଟିଭି): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ଆସନ୍ତାକାଲି ସା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ସାଗରଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଉତ୍ତର ଓ ଉପୂକଳ ଓ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।