ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଟ୍ରାଫିକ କଟକଣା

0

ଆସନ୍ତାକାଲି ଓଡ଼ିଶାରେ ପ୍ରଥମଥର ପାଇଁ ଶପଥ ନେବେ ବିଜେପି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜନତା ମୈଦାନରେ ହେବାକୁ ଥିବା ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫ ଘଣ୍ଟାର ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୋଲିସ ।

ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡି ଚଳାଚଳ ଉପରେ ରୋକ ଲଗାଯାଇଛି । ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ । ଏହି ରାସ୍ତାରେ ମଧ୍ୟ ଗାଡି ଚଳାଚଳ ହେବନି ବୋଲି ସ୍ପଷ୍ଟ କରିଛି ପୋଲିସ କମିସନର ।

Leave A Reply

Your email address will not be published.