ଆଉ ଦୁଇ ଦିନ କଲବଲ କରିବ ଗୁଳୁଗୁଳି; ୨୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

0

ଭୁବନେଶ୍ଵର (ଆମ ଟିଭି); ଆହୁରି ଦୁଇ ଦିନ କଲବଲ କରିବ ଗୁଳୁଗୁଳି । ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ୨୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ବଢିବା ସହ ସ୍ଥିତିରେ ପରିବର୍ତନ ଆସିବ । ଏହି ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ଥିଲେ ବି ଗୁଳୁଗୁଳି ଜାରି ରହିବ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହୋଇପାରେ । ଅପରାହ୍ଣରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.