କଂଗ୍ରେସ ଓ ମମତାଙ୍କ ମଧ୍ୟରେ ସୁଧୁରୁଛି ଅନ୍ତଃକନ୍ଦଳ; ୱାଏନାଡରେ ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ପ୍ରଚାର କରିବେ ମମତା ବାନାର୍ଜୀ

0

ନୂଆଦିଲ୍ଲୀ (ଆମ ଟିଭି): କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ କେରଳର ୱାଏନାଡ ଲୋକସଭା ଆସନରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଏହି କ୍ରମରେ ସେ ନିର୍ବାଚନୀ ରାଜନୀତିରେ ପ୍ରବେଶ କରିବା ନେଇ ଔପଚାରିକ ଘୋଷଣା କରିଛନ୍ତି । ଏହାରି ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ପ୍ରଚାର କରିବେ ।

ଲୋକସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ଟିଏମସି ଇଣ୍ଡିଆ ମେଣ୍ଟରେ ରହି ବି ପଶ୍ଚିମବଙ୍ଗରେ ଏକାକୀ ନିର୍ବାଚନ ଲଢିଥିଲେ । ହେଲେ ଏବେ ସେ ଉପ ନିର୍ବାଚନରେ କଂଗ୍ରେସ ପାଇଁ ପ୍ରଚାର କରିବେ । ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ମୁତାବକ ୱାଏନାଡରେ ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ମମତା ବାନାର୍ଜୀ ନିର୍ବାଚନୀ ପ୍ରଚାର କରିବାକୁ ଯାଉଛନ୍ତି ।

Leave A Reply

Your email address will not be published.