ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ
ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି। ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୩, ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ବିଜୁଳି ଘଡ଼ଘଡ଼ି ମଧ୍ୟ ହେବ। ସେହିପରି ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ।