ସୁନାବେଶ: ମହଣ ମହଣ ସୁନାରେ ସଜେଇ ହେଲେ ଶ୍ରୀଜିଉ

0

ପୁରୀ(ଆମ ଟିଭି): ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ରଥ ଉପରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି।

ପାଗ ଅନୁକୂଳ ଥିବାରୁ ଲକ୍ଷାଧିକ ଭକ୍ତ  ଦୂରଦୂରାନ୍ତରୁ ଆସି ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ଏହି ସୁନାବେଶକୁ ଶାନ୍ତିଶୃଙ୍ଖଳାର ସହ ଶେଷ ଏବଂ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଜିଲା ପୋଲିସ ଏବଂ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।

Leave A Reply

Your email address will not be published.