ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଜାମିନ୍‌, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

0

ନୂଆଦିଲ୍ଲୀ (ଆମ ଟିଭି): ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କୋର୍ଟରୁ ପୁଣିଥରେ ନିରାଶ ହେବାକୁ ପଡ଼ିଛି । ମଦ ଦୁର୍ନୀତି ମାମଲାରେ ଜଡ଼ିତ ସିବିଆଇର ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧିକୁ ୨୬ ଜୁଲାଇ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି । ଆସନ୍ତା ସୋମବାର ତାଙ୍କୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର କରାଯିବ ବୋଲି ଜଣାପଡ଼ିଛି ।

ଅନ୍ୟପଟେ ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ବିଆରଏସ ନେତା କେ କବିତାଙ୍କ ବିରୋଧରେ ଦାଖଲ ହୋଇଥିବା ଚାର୍ଜସିଟ୍‌ ରାଉସ ଆଭେନ୍ୟୁ କୋର୍ଟ ଗ୍ରହଣ କରିଛନ୍ତି। ରାଉସ ଆଭେନ୍ୟୁ କୋର୍ଟ ଭିଡିଓ କନଫରେନ୍ସିଂ ଜରିଆରେ କବିତାଙ୍କୁ ଜୁଲାଇ ୨୬ ଅପରାହ୍ନ ୨ ଟାରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ କୋର୍ଟ କବିତାଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

Leave A Reply

Your email address will not be published.