ପ୍ରବଳରୁ ଅତି ପ୍ରବଳ ବର୍ଷା, ୬ ଜିଲ୍ଲାକୁ ସତର୍କ ସୂଚନା ଜାରି
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।