ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

0

ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ଏହା ଲଘୁଚାପରେ ପରିବର୍ତ୍ତିତ

ହୋଇପାରେ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି। ଏହି ସ୍ଥିତି ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶୁକ୍ରବାର ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସମ୍ପୃକ୍ତ ୫ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାର ୬ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଆଦି ରହିଛି।

 

ମିଳିଥିବା ସୂଚନା ଅନୁଯାୟୀ, ଗତ ଜୁନ୍‍ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୫୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତେବେ ସ୍ୱାଭାବିକ ବର୍ଷା ତୁଳନାରେ ଏହା ୧୦ ପ୍ରତିଶତ କମ୍‍ । ମାଲକାନଗିରି ଜିଲାରେ ସବୁଠାରୁ ଅଧିକ ହଜାରେ ୬୧ ଦଶମିକ ୧ ମିଲିମିଟର ବର୍ଷା ହୋଇଛି । କୋରାପୁଟ, ନୂଆପଡା ଏବଂ ବୌଦ୍ଧ ଜିଲ୍ଲାରେ ମଧ୍ୟ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.